ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଙ୍କ ଜନ ଅଭିଯୋଗ ଶୁଣାଣି । ବାତ୍ୟା ଦାନା ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟ କୁ ଦୃଷ୍ଟିରେ ରଖି ଆଜି ଭୁବନେଶ୍ବର ୟୁନିଟ୍ -୫ ସ୍ଥିତ ମୁଖ୍ୟମନ୍ତ୍ରୀ ଙ୍କ ଅଭିଯୋଗ ପ୍ରକୋଷ୍ଟ ବନ୍ଦ ରହିବ। ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିବାକୁ ଅନଲାଇନରେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀ ଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ସେମାନଙ୍କ ପାଇଁ ପରବର୍ତ୍ତୀ ଅଭିଯୋଗ ଶୁଣାଣି ର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ
ଆନ୍ଧ୍ରପ୍ରଦେଶରେ କୋଭିଡ ଆତଙ୍କ; ଗଞ୍ଜାମ ଜିଲ୍ଲାରେ ହାଇଆଲର୍ଟ…..