ରିପୋର୍ଟ କାର୍ଡ / ଭୁବନେଶ୍ବର
ବାତ୍ୟା ମୁକାବିଲାକୁ ନେଇ ନେଇ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଭିଡିଓ କନଫରେନ୍ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକ ଡକାଇ ସ୍ଥିତିର ସମୀକ୍ଷା କରିଛନ୍ତି । ଏହି ବୈଠକରେ ସ୍ବତନ୍ତ୍ର ରିଲିଫ କମିଶନର, ବିଭିନ୍ନ ବିଭାଗର ସଚିବ, ଏନଡିଆରଏଫର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଏହା ସହିତ ପ୍ରଭାବିତ ହେବାକୁ ଥିବା ୧୦ ଜିଲ୍ଲାର ଜିଲ୍ଲାପାଳ ମଧ୍ୟ ଏହି ବୈଠକରେ ଯ଼ୋଗ ଦେଇଥିଲେ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଜି କୁହାଯ଼ାଇଛି ଯ଼େ, ଆଜି ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଛି । ଏହା ଆସନ୍ତା କାଲି ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଲଘୁଚାପ ୨୩ ତାରିଖରେ ଡିପ୍ ଡିପ୍ରେସନରେ ପରିଣତ ହେବ । ୨୪ରେ ଏହା ସାମୁଦ୍ରିକ ଝଡ ଓ ବାତ୍ୟାରେ ପରିଣତ ହେବ । ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ମେ ୨୬ ସନ୍ଧ୍ୟା ସୁଦ୍ଧା ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଛୁଇଁବ ।
More Stories
ସ୍କୁଲ ଦୋଳିରୁ ପଡ଼ି ୪ର୍ଥ ଶ୍ରେଣୀ ଛାତ୍ର ମୃତ୍ୟୁ….
ନବ ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ନେଇ ଆବେଦନ…..
ରାସନ କାର୍ଡ ନେଇଥିବା ଆୟକରଦାତାଙ୍କୁ ବାଦ୍ ଦିଆଯିବ…….