ରିପୋର୍ଟ କାର୍ଡ / ସମ୍ବଲପୁର
ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ -ଭିସୁଟରେ ଉନ୍ନୟନ ମୂଳକ କାର୍ଯ୍ୟ ପାଇଁ ଏକ ହଜାର କୋଟି ଟଙ୍କା ମଞ୍ଜୁର କରାଯାଇଛି | ଏନେଇଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ଶିକ୍ଷାର୍ଥୀଙ୍କ ସଂଖ୍ୟା ୫ରୁ ୧୦ ହଜାରକୁ ବୃଦ୍ଧି କରାଯିବ । ସମ୍ପ୍ରସାରଣ ପାଇଁ ୮୦ ଏକର ଜମି ଚିହ୍ନଟ ହୋଇଛି। ଭିସୁଟକୁ ସେଣ୍ଟର ଅଫ୍ ଏକ୍ସଲେନ୍ସରେ ପରିଣତ କରାଯିବ। ଆଜି ବୁର୍ଲା ଭିସୁଟ ଗସ୍ତ ଅବସରରେ ଏକଥା କହିଛନ୍ତି ମୁଖ୍ୟ ଶାସନ ସଚିବ। ମୁଖ୍ୟ ଶାସନ ସଚିବଙ୍କ ସହ ୫-ଟି ସଚିବ ଭି କେ ପାଣ୍ଡିଆନ୍, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ସଚିବ ହେମନ୍ତ ଶର୍ମା ଓ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..