ରିପୋର୍ଟ କାର୍ଡ / ଭୁବନେଶ୍ବର
ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନା ଫେରନ୍ତା ପ୍ରବାସୀଙ୍କୁ ନେଇ ସରକାରଙ୍କ ଚିନ୍ତା । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଆଜି ଭର୍ଚୁଆଲ ମାଧ୍ୟମରେ ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନା ସୀମାନ୍ତବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ସମୀକ୍ଷା ବୈଠକ କରିଛନ୍ତି। ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାରୁ ପ୍ରତ୍ୟାବର୍ତ୍ତନ କରୁଥିବା ପ୍ରବାସୀଙ୍କ ସମ୍ପର୍କରେ ଏହି ବୈଠକରେ ଆଲୋଚନା ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ,ଏହି ଦୁଇଟି ରାଜ୍ୟରୁ ଫେରୁଥିବା ପ୍ରବାସୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ପରେ ୭ରୁ ୧୪ ଦିନ ସଂଗରୋଧରେ ରହିବା ବାଧ୍ୟତାମୂଳକ କରାଯାଇଛି। ଏଥିପାଇଁ ଜିଲ୍ଲାପାଳମାନଙ୍କୁ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର ସ୍ଥାପନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୀମାନ୍ତରେ ଯାଞ୍ଚ କଡାକଡି କରିବାକୁ କୁହାଯାଇଛି।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୧୫ ରୁ ପୁଣି ବସ ବନ୍ଦ !…..