ରିପୋର୍ଟ କାର୍ଡ / ଚିଲିକା
ଆଜି ବାଣପୁର କୋର୍ଟ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଙ୍କୁ ନିୟମିତ ଜାମିନ ପ୍ରଦାନ କରିଛନ୍ତି । ପୂର୍ବରୁ ସୁପ୍ରିମକୋର୍ଟ ବିଧାୟକଙ୍କୁ ସର୍ତ୍ତମୂଳକ ଜାମିନ ଦେଇଥିଲେ । ହେଲେ ବାଣପୁର କୋର୍ଟରେ ଓକିଲମାନଙ୍କ ଧର୍ମଘଟ ଚାଲିଥିବାରୁ ନିୟମିତ ଜାମିନ ପାଇପାରି ନଥିଲେ । ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ଅନୁଯାୟୀ ବିଧାୟକ PR ବଣ୍ଡ ରେ ବାଣପୁର ଜେଲରୁ ଜାମିନ ପାଇଥିଲେ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ବାଣପୁର JMFC କୋର୍ଟରେ ହାଜର ହୋଇ ଗୁରୁବାର ନିୟମିତ ଜାମିନ ପାଇଛନ୍ତି । ଦୁଇ ଗୋଟି ଜାମିନଦାର ଓ ୩୦ ହଜାର ଟଙ୍କା ବ୍ୟକ୍ତିଗତ ମୁଚାଲିକା ବଦଳରେ ଜାମିନ ପାଇଛନ୍ତି ବିଧାୟକ। ଅନ୍ୟପଟେ ଏହି ମାମଲାରେ ବାଣପୁର JMFC କୋର୍ଟରୁ ଭୁବନେଶ୍ବର ADJ -3 କୋର୍ଟକୁ ସ୍ଥାନାନ୍ତରିତ ହୋଇଥିବା ବାଣପୁର JMFC କୋର୍ଟ ସରକାରୀ ଓକିଲ ପ୍ରାଚୀ ପ୍ରଭା ନନ୍ଦ ସୂଚନା ଦେଇଛନ୍ତି ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..