Report Card Odisha

| Daily Odia News

ଚିନ୍ତା ବଢ଼ାଉଛି ରାଜ୍ୟର ଦୈନିକ କରୋନା ମୃତ୍ୟୁ ସଂଖ୍ୟା,୬୬ ଆକ୍ରାନ୍ତ ମୃତ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କମିବା ବଢ଼ିବାରେ ରହିଛି | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୬୬ କରୋନା ଆକ୍ରାନ୍ତଙ୍କର ଜୀବନ ନେଇ ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୯ଜଣ, କଟକ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ ରହିଛନ୍ତି । ଝାରସୁଗୁଡ଼ା, କଳାହାଣ୍ଡି, ସୋନପୁର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Breaking News