ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭାରତୀୟ ବିଦ୍ୟାଳୟ ପ୍ରମାଣପତ୍ର ପରୀକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ ଏବଂ ଦ୍ବାଦଶ ପରୀକ୍ଷା ଫଳ ଆଜି ଅପରାହ୍ଣ ୩ଟାବେଳକୁ ପ୍ରକାଶ ପାଇବ। ଏନେଇ ସିଆଇଏସସିଇର ମୁଖ୍ୟ କାର୍ଯ୍ୟନିର୍ବାହୀ ସଚିବ ଗ୍ୟାରୀ ଆରାଥୁନ ସୂଚନା ଦେଇଛନ୍ତି। ଛାତ୍ରଛାତ୍ରୀ ୱେବସାଇଟ (www.cisce.org/results. cisce. org)କୁ ଲଗଇନ କରି ପରୀକ୍ଷା ଫଳ ପାଇପାରିବେ। ଚଳିତ ବର୍ଷ ଉଭୟ ଦଶମ ଏବଂ ଦ୍ବାଦଶ ଶ୍ରେଣୀରେ ସାରା ଦେଶରୁ ୨.୫ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଦଶମ ଶ୍ରେଣୀ ପରୀକ୍ଷା ଫେବୃଆରୀ ୨୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୯ରେ ସରିଥିଲା। ସେହିପରି ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫେବୃଆରୀ ୧୩ରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିଥିଲା।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..