Report Card Odisha

| Daily Odia News

ଡିସେମ୍ବର ୨ରୁ ଭୁବନେଶ୍ୱରରେ ବାୟୁ ସମ୍ମିଳନୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଜୀବଜଗତର ଦୀର୍ଘ ସ୍ଥାୟିତ୍ୱ ଓ ସୁସ୍ଥ ଜୀବନ ପାଇଁ ସ୍ୱଚ୍ଛ ବାୟୁ ଅତ୍ୟନ୍ତ ଜରୁରୀ। ଏହି ବାର୍ତ୍ତା ପ୍ରଚାର ପ୍ରସାର ନିମନ୍ତେ ଭୁବନେଶ୍ୱରରେ ଆୟୋଜିତ ହେବ ‘ବାୟୁ-ମହତ୍ୱପୂର୍ଣ୍ଣ ଜୀବନ ଶକ୍ତି’ ସମ୍ମିଳନୀ। ଆସନ୍ତା ଡିସେମ୍ବର ୨ରୁ ୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ଏହି ସମ୍ମିଳନୀ ଆୟୋଜିତ ହେବ। ‘ସୁମଙ୍ଗଳମ ପଞ୍ଚମହାଭୂତ ସମ୍ମିଳନୀ ଶୃଙ୍ଖଳା’ର ଅଂଶ ସ୍ୱରୂପ ଏହି ସମ୍ମିଳନୀ ଆୟୋଜନ କରାଯାଉଛି। ଏଥିରେ ବିଭିନ୍ନ ବାୟୁ ଗୁଣବତ୍ତା ପ୍ରସଙ୍ଗରେ ଆଲୋଚନା ହେବ। ଏହି ତିନି ଦିନିଆ ସମ୍ମିଳନୀରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତନ ମନ୍ତ୍ରୀ ଭୁପେନ୍ଦ୍ର ଯାଦବ, ଶିକ୍ଷା ଓ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତନ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ଚୋୖବେ, କଟକ ସାଂସଦ ଭତୃହରି ମହତାବ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ସମେତ ଦେଶର ବିଭିନ୍ନ ସ୍ଥାନରୁ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେବେ।

Breaking News