ରିପୋର୍ଟ କାର୍ଡ / ଭୁବନେଶ୍ୱର
କାମାକ୍ଷାନଗର ରେକୁଳା ଗାଁରେ ଦୁର୍ଘଟଣାରେ ୩ ମୃତ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିବା ସହ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସୂଚନା ଅନୁସାରେ ଆଜି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରେକୁଳା ଗାଁ ନିକଟରେ ଏକ ପିଚୁ ଗାଡି ସହ ହାଇଓ୍ବା ଧକ୍କା ହୋଇଥିଲା। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଠିକା ସଂସ୍ଥାର ଅବହେଳାରୁ ଏଭଳି ଅଘଟଣ ଘଟିଥିବା ଅଭିଯୋଗ ହୋଇଛି। ଉତ୍ତ୍ୟକ୍ତ ଲୋକେ ଘଟଣାସ୍ଥଳରେ ଟାୟାର ଜାଳି ରାସ୍ତାରୋକ କରିଥିବା ଦେଖିବାକୁ ମିଳିଛି। ଫଳରେ ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟ ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା। ତେବେ ଆଜି ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..