Report Card Odisha

| Daily Odia News

ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ୱୀ କଳାକାର ଭାବେ ବର୍ଣ୍ଣନା କରିଛନ୍ତି ।ସେ କହିଛନ୍ତି, ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ଅପାର ଲୋକପ୍ରିୟତା ଆଣି ଦେଇଥିଲା। ଝରଣା ଦାସଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା। ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ, ଜଗତରେ ବିରାଟ ଶୂନ୍ୟତା ସ୍ରୁଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକ ଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି । ସ୍ଵର୍ଗତଃ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Breaking News