ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି | ଏହା ସହିତ ବରିଷ୍ଠ ନାଗରିକ ଓ ସମ୍ମୁଖ ଯୋଦ୍ଧାମାନଙ୍କୁ ବୁଷ୍ଟର ଡୋଜ ଦେବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ସକ୍ରିୟ କୋଭିଡ ରୋଗୀ ସଂଖ୍ୟା ସ୍ଥିର ରହିଥିବା ବେଳେ ନୂଆ ପଜିଟିଭ କେସ୍ରେ ମଧ୍ୟ ହ୍ରାସ ଘଟିଛି । ତୃତୀୟ ଲହରରେ ଡାକ୍ତରଖାନା ଉପରେ ବିଶେଷ ଚାପ ପଡିନାହିଁ । କିନ୍ତୁ ଏଥିରେ ଆତ୍ମସନ୍ତୋଷର ସ୍ଥାନ ନାହିଁ । ସଂପୂର୍ଣ୍ଣ ପ୍ରସ୍ତୁତ ରହି ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ତା ସହିତ ମିଶନ ଶକ୍ତି ଗୋଷ୍ଠୀ ମାନଙ୍କର ସକ୍ରିୟ ସହଯୋଗରେ ସାରା ରାଜ୍ୟରେ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଜନସାଧାରଣ ଯେପରି କୋଭିଡ ସୁରକ୍ଷା ନିୟମାବଳୀ ଠିକ୍ ଭାବରେ ପାଳନ କରନ୍ତି, ସେଥିପ୍ରତି ବିଶେଷ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସକୁ ପରାମର୍ଶ ଦେଇଥିଲେ । ସେହିପରି ପୃଥକ ବାସରେ ଘରେ ରହି ଚିକିତ୍ସିତ ହେଉଥିବା ରୋଗୀ ମାନଙ୍କର ସ୍ବାସ୍ଥ୍ୟ ଅବସ୍ଥା ସଂପର୍କରେ Rapid Response Team ଓ କ୍ଷେତ୍ର କର୍ମଚାରୀ ମାନେ ଠିକ୍ ଭାବରେ ତଦାରଖ କରିବା ପାଇଁ ମଧ୍ୟ ପରାମର୍ଶ ଦେଇଥିଲେ
Discussion about this post