Report Card Odisha

| Daily Odia News

ଓଡିଆ ବିଶ୍ବବିଦ୍ୟାଳୟର ନୂତନ ସୌଧ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ……

ରିପୋର୍ଟ କାର୍ଡ / ପୁରୀ

ସତ୍ୟବାଦୀ ଓଡିଆ ବିଶ୍ବବିଦ୍ୟାଳୟ ନୂତନ ସୌଧ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାୟ ୯ ଏକର ଜାଗାରେ ଏହି ଓଡିଆ ବିଶ୍ବ ବିଦ୍ୟାଳୟ ନିର୍ମାଣ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି ଓଡିଆ ବିଶ୍ବବିଦ୍ୟାଳୟର ନୂତନ ସୌଧ ଲୋକାର୍ପଣ କରି ମୁଁ ବହୁତ୍ ଖୁସି। ଓଡିଆ ଭାଷା ପାଇଁ ସଂଗ୍ରାମ କରିଥିବା ବରପୁତ୍ର ମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନ ଜଣାଇଛନ୍ତି। ନିକଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହୋଇଛି। ଜାନୁଆରୀ ୨୭ ତାରିଖରେ ସମଲେଇ ପ୍ରକଳ୍ପର ଲୋକାର୍ପଣ ହେବ । ଏବଂ ଫେବୃଆରୀ ୩ ତାରିଖରେ ପ୍ରଥମ ଓଡିଆ ବିଶ୍ବଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଯାହା ଓଡିଶାବାସୀଙ୍କ ପାଇଁ ଏହା ଏକ ଗୌରବର ସମୟ ହେବ।

Breaking News