ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଶ୍ରୀମନ୍ଦିର ଚତୁଃପାର୍ଶ୍ବକୁ ନୂଆ ରୂପରେଖ ଦିଆଯିବ । ପରିକ୍ରମା ପ୍ରକଳ୍ପ ପାଇଁ ଚାଲିଥିବା ୩ ଦିନିଆ ଯଜ୍ଞ ପୂଜାବିଧିର ଅନ୍ତିମ ଦିବସରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଶ୍ରୀମନ୍ଦିର ଉତ୍ତରଦ୍ବାର ଐଶାନ୍ୟ କୋଣରେ ଚାଲିଛି ମହାଯଜ୍ଞ । ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ଯୋଗଦେଇ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶା ପାଇଁ ଆଜି ଐତିହାସିକ ଦିନ । ଏହାସହ ସାରା ବିଶ୍ବର ଜଗନ୍ନାଥ ପ୍ରେମୀଙ୍କ ପାଇଁ ଆଜିର ଦିନ ସ୍ମରଣୀୟ। ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଗଜପତି ମହାରାଜ ଦିବ୍ୟସିଂହ ଦେବ, ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ସହ ମାନ୍ୟଗଣ ବ୍ୟକ୍ତି ଯୋଗ ଦେଇଛନ୍ତି । ପରିକ୍ରମା ପ୍ରକଳ୍ପର ଅନାବରଣ କାର୍ଯ୍ୟ ମଧ୍ୟ କରାଯାଇଛି। ଏଥିସହ ମହାପ୍ରଭୁଙ୍କ ପାଇଁ ଜମି ଦାନ କରିଥିବା ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ସମ୍ମାନିତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଏଥିପାଇଁ ୩ ଅତିରିକ୍ତ ଏସପି, ୧୦ ଡିଏସପି, ୪୦ ଇନ୍ସପେକ୍ଟରଙ୍କ ସହ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..