ରିପୋର୍ଟ କାର୍ଡ / ଭୁବନେଶ୍ୱର
ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ। ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ସଂରକ୍ଷିତ କରୁଥିଲେ। ପରିବେଶର ସୁରକ୍ଷା ପାଇଁ ତାଙ୍କର ଅମୂଲ୍ୟ ଅବଦାନ ରାଜ୍ୟ ଓ ଦେଶ କେବେ ଭୁଲି ପାରିବ ନାହିଁ। ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି, ସେ ନିଜର ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ଓଡ଼ିଶାର ଗୌରବ ତଥା କୃଷିବିତ୍ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ପୂଜାରୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ବିଭିନ୍ନ କିସମର ଧାନ ସଂରକ୍ଷଣ କରିବା ଦିଗରେ ସେ ଦେଶରେ ଉଦାହରଣ ସୃଷ୍ଟି କରିଥିଲେ। ଜନଜାତି ସମୁଦାୟରୁ ଆସି କୃଷି ବିଶେଷତଃ ଜୈବିକ ଚାଷ କ୍ଷେତ୍ରରେ ତାଙ୍କର ଅସାଧାରଣ ଅବଦାନ ଚିର ସ୍ମରଣୀୟ ହୋଇରହିବ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।






More Stories
ବିଧାନସଭା ଜଗିବେ ପୋଲିସ ଫୋର୍ସ…..
ଖରା ଛୁଟିରେ ଖୋଲା ରହିବ ବିଦ୍ୟାଳୟ କାର୍ଯ୍ୟାଳୟ…..
ବିଜେଡି ମେଣ୍ଟକୁ ନେଇ ଭକ୍ତ କଲେ ବଡ଼ ଘୋଷଣା……