ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ଼ ମାରିବା ଘଟଣାରେ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଘଟଣାକୁ ନେଇ ସରକାର ସଚେତନ ଅଛନ୍ତି ଏବଂ ଖୁବଶୀଘ୍ର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସଂପୃକ୍ତ ୪ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ଘଟଣାକୁ ଗୁରୁତ୍ବର ସହ ନିଆଯାଇ କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦେଶ ଦିଆଯାଇଛି। କ୍ରାଇମବ୍ରାଞ୍ଚ ତଦନ୍ତ ଚଳାଇଛି। କାର୍ଯ୍ୟାନୁଷ୍ଠାନ ନେବାରେ ଆମ ସରକାର କେବେ ପଛଘୁଞ୍ଚା ଦିଅନ୍ତି ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏପଟେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏମ୍ସ ଯାଇ ମେଜରଙ୍କ ବାନ୍ଧବୀଙ୍କୁ ଭେଟିଛନ୍ତି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……