Report Card Odisha

| Daily Odia News

ଆଜି ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ……

Mohan Charan Majhi | Facebook

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଗତକାଲିଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକବର୍ଦ୍ଧନ ସିଂଦେଓ। ଆଜି ମଧ୍ୟାହ୍ନ ଗୋଟାଏରେ ମୁଖ୍ୟମନ୍ତ୍ରୀ ଓ ଦୁଇ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେ଼ହିପରି ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଓ ଦୁଇ ମୁଖ୍ୟମନ୍ତ୍ରୀ ଭେଟି ରାଜ୍ୟ ପ୍ରସଙ୍ଗରେ ଆଲୋଚନା କରିବା ସହ ରଥଯାତ୍ରାକୁ ନିମନ୍ତ୍ରଣ କରିବାର ସୂଚନା ରହିଛି। ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି।

Breaking News