Report Card Odisha

| Daily Odia News

ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଯାଦବ ଶପଥ ଗ୍ରହଣ କରିଛନ୍ତି। ଭୋପାଳରେ ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ନୂଆ ସରକାରରେ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଉପମୁଖ୍ୟମନ୍ତ୍ରୀ ଭାବେ ରାଜେନ୍ଦ୍ର ଶୁକ୍ଳା ଓ ଜଗଦୀଶ ଦେଓଡା ପୂର୍ବତନ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ମଧ୍ୟପ୍ରଦେଶର ବାଚସ୍ପତି ଦାୟିତ୍ୱ ହସ୍ତାନ୍ତର କରାଯାଇଛି। ଶପଥ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ରହିଛନ୍ତି। ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ବିଜେପି ସଭାପତି ଜେପୀ ନଡ୍ଡା ମଧ୍ୟ ଉପସ୍ଥିତ ରହିଛନ୍ତି।

 

Breaking News