ରିପୋର୍ଟ କାର୍ଡ / ଭୁବନେଶ୍ବର
କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହି ସମାରୋହରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ଓଡ଼ିଶା ଦକ୍ଷତା ବିକାଶ ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ ଉପସ୍ଥିତ ଅଛନ୍ତି। ଏଥିରେ ବିଭିନ୍ନ ପଲିଟେକନିକ୍, ବୈଷୟିକ ଶିକ୍ଷାନୁଷ୍ଠାନ, ଇଞ୍ଜିନିୟରିଂ କଲେଜର ପ୍ରାୟ ୩ ହଜାର ଶିକ୍ଷାର୍ଥୀ ଓ ଶିଳ୍ପପତି ଅଂଶଗ୍ରହଣ କରିଛନ୍ତି। ମେକ୍ ଇନ୍ ଓଡ଼ିଶାର ପାର୍ଟ-୨ ହେଉଛି ଏହି ବିଶ୍ବସ୍ତରୀୟ ଦକ୍ଷତା ଉତ୍ସବ। ଏଥିରେ ବି ଏସଏଚଜି ମହିଳା ମଧ୍ୟ ସାମିଲ ହୋଇଛନ୍ତି। ବିଶ୍ୱସ୍ତରରେ ରେକର୍ଡ କରିଥିବା ଓଡ଼ିଆ ପିଲାଙ୍କ ସାମର୍ଥ୍ୟର ସୋ-କେସିଂ ପାଇଁ ଏଭଳି ସ୍କିଲ୍ କନକ୍ଲେଭର ଆୟୋଜନ କରାଯାଇଛି। ଆଜି ଉଦଘାଟନୀ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖଣି ଅଞ୍ଚଳରେ ଆର୍ଥ ମୁଭର୍ସ୍ ଚଳାଉଥିବା ୮ରୁ ୧୦ ଜଣ ମହିଳା ଡ୍ରାଇଭର୍ସଙ୍କୁ ପୁରସ୍କୃତ କରିବେ। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..