ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଅପରାହ୍ଣରେ ବାତ୍ୟା ମୁକାବିଲା ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାରେ କିଭଳି ରହିଛି ବାତ୍ୟା ମୁକାବିଲା ପ୍ରସ୍ତୁତି ତାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ସମୀକ୍ଷା ବୈଠକରେ ମୁଖ୍ୟ ସଚିବ ସୁରେଶ ମହାପାତ୍ର, ସ୍ୱତନ୍ତ୍ର ରିଲିଫ କମିଶନର, ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ ସାମିଲ ହେବେ । ବିପର୍ୟ୍ୟୟ ମୁକାବିଲାରେ ସବୁବେଳେ ଜିରୋ କାଜୁଆଲିଟିକୁ ଗୁରୁତ୍ୱ ଦେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିର ବି ସେହି ମିଶନ ନେଇ ପ୍ରସ୍ତୁତି ଆରମ୍ଭ କରିଛନ୍ତି ସରକାର । ଆଶ୍ରୟସ୍ଥଳୀ ସଜାଡିବା, ଭିତ୍ତିଭୂମି ସହ ସମ୍ଭାବ୍ୟ ବାତ୍ୟାରେ ବିପନ୍ନଙ୍କୁ ଉଦ୍ଧାର, ସେମାନଙ୍କୁ ଥଇଥାନ, ପୁନରୁଦ୍ଧାର କାର୍ୟ୍ୟକୁ କିଭଳି ତ୍ୱରାନ୍ୱିତ କରାଯାଇ ପାରିବ ସେନେଇ ଆଗକୁ ପଦକ୍ଷେପ ନେଲେଣି ସରକାର ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ