ରିପୋର୍ଟ କାର୍ଡ / ଭୁବନେଶ୍ବର
ଏସିଆନ ଗେମ୍ସ ପାଇଁ ଚୟନ ଓଡ଼ିଆ ଖେଳାଳିଙ୍କୁ ସହାୟତା ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୩ ଜଣ ଖେଳିଳାଙ୍କୁ ୧୦ଲକ୍ଷ ଲେଖାଏ ଆର୍ଥିକ ସହାୟତା ରାଶି ଘୋଷଣା ହୋଇଛି । ଟ୍ରେନିଂ, ପ୍ରସ୍ତୁତି ଓ ଅଂଶଗ୍ରହଣ ପାଇଁ ଏହି ସହାୟତା ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ଏହି ଆର୍ଥିକ ସହାୟତା ଘୋଷଣା କରିଥିବା ବେଳେ ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୮ଯାଏ ଏସିଆନ ଗେମ୍ସ ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି । ତେବେ ଚୟନ ହୋଇଥିବା ସେହି ୧୩ ଜଣ ଖେଳାଳି ହେଲେ କିଶୋର ଜେନା, ଅଂଶିକା ଭାରତୀ, ଋତୁ କାଉଡି, ସୋନାଲୀ ସ୍ୱାଇଁ, ଅନୁପମା ସ୍ୱାଇଁ, ନେହା ଦେବୀ, ପ୍ୟାରୀ, ଦୀପଗ୍ରେସ ଏକ୍କା, ଅମିତ ରୋହିଦାସ, ହୁପି ମାଝୀ, ଡୁମୁଣୀ ମାରାଣ୍ଡି, ତରୁଲତା ନାଏକ, ମାମା ନାଏକ ।






More Stories
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..
୨୩ ଜିଲ୍ଲା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା…..
ଗ୍ୟାସ୍ କିଣିପାରିବେ ଶ୍ରମିକ, ବିଦ୍ୟାର୍ଥୀ…..