ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏରୋଡ୍ରମ୍ ୟୁପି ସ୍କୁଲ କେନ୍ଦ୍ର ୧୧୪ ନମ୍ବର ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ ଭୋଟ ଦେଇଛନ୍ତି ନବୀନ । ନିଜର ମତଦାନ ସାବ୍ୟସ୍ତ କରିବା ପରେ ସେଲଫି ପଏଣ୍ଟରେ ଫଟୋ ଉଠାଇଥିଲେ ମୁଖ୍ୟମନ୍ତ୍ରୀ। ଏହାସହିତ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଗଣତନ୍ତ୍ରର ମହାନ୍ ପର୍ବରେ ସାମିଲ ହୋଇ ବହୁତ ଖୁସି ବୋଲି ମୁଖ୍ୟମନ୍ତ୍ରୀ ନବୀନ କହିଛନ୍ତି । ସମସ୍ତଙ୍କୁ ଭୋଟ ଦେବା ପାଇଁ ଅପିଲ କରିଛନ୍ତି। ବିଜେଡିର ବଡ ବିଜୟ ହେବ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ରାଜ୍ୟରେ ଏକ ସ୍ଥିର ସରକାର ଗଠନ ହେବେ ବୋଲି ଦୃଢୋକ୍ତି ବାଢିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।






More Stories
ସଚିବଙ୍କୁ ଛୁଟି ମନା…..
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..