ରିପୋର୍ଟ କାର୍ଡ / ଭୁବନେଶ୍ୱର
ଜୀବ ବିଜ୍ଞାନ ପ୍ରତିଷ୍ଠାନର ନିର୍ଦ୍ଦେଶକ ପଦ୍ମଶ୍ରୀ ଡ. ଅଜୟ ପରିଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ପରିଡା ଜାତୀୟସ୍ତରରେ ଜଣେ ଉଚ୍ଚକୋଟୀର ବୈଜ୍ଞାନିକ ଥିଲେ। ଗବେଷଣା କ୍ଷେତ୍ରରେ ଓଡିଶାର ଜୀବ ବିଜ୍ଞାନ ପ୍ରତିଷ୍ଠାନକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ସ୍ବୀକୃତି ମିଳିବା କ୍ଷେତ୍ରରେ ସେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। କରୋନା ସମୟରେ ଡଃ ପରିଡା ଓ ଜୀବ ବିଜ୍ଞାନ ପ୍ରତିଷ୍ଠାନ ଗୁରୁତ୍ବପୂର୍ଣ୍ଣ ବୈଜ୍ଞାନିକ ସହାୟତା ଯୋଗାଇ ଦେଇଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପଦ୍ମଶ୍ରୀ ଡ.ଅଜୟ ପରିଡାଙ୍କ ବିୟୋଗରେ ଦେଶ ଜଣେ ବିଶିଷ୍ଟ ବୈଜ୍ଞାନିକଙ୍କୁ ହରାଇଲା ବୋଲି ପ୍ରକାଶ କରିବା ସହିତ ତାଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଂପାଦନ କରାଯିବ ବୋଲି ଘୋଷଣା କରିଛନ୍ତି। ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।






More Stories
ମହାପ୍ରଭୁଙ୍କ ପାଇଁ ହେବ ଇ-ହୁଣ୍ଡି ବ୍ୟବସ୍ଥା…..
କେନ୍ଦ୍ର କ୍ୟାବିନେଟରେ ଓଡିଶା ପାଇଁ ୮,୩୦୧ କୋଟି ମଞ୍ଜୁର…..
ସରକାରୀ ଗାଡିର ତେଲ ପାଇଁ ପେଟ୍ରୋଲ ପମ୍ପକୁ ଆଗୁଆ ଟଙ୍କା…..