Report Card Odisha

| Daily Odia News

୯୬୪ କୋଟି ଭେଟି ଦେଲେ ମୁଖ୍ୟମନ୍ତ୍ରୀ …..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଉରକେଲା ଗସ୍ତରେ ଆସି ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିର୍ସା ଛକ ଠାରେ ନିର୍ମିତ ନୂତନ ବିର୍ସା ମୁଣ୍ଡା ଆଥ‌ଲେଟିକ୍‌ ଷ୍ଟାଡିୟମ୍‌ ଉଦଘାଟନ କରାଯାଇଛି । ଏଥିସହିତ ବିର୍ସା ମୁଣ୍ଡା ସୁଇମିଂ କମ୍ପ୍ଳେକ୍ସ ଏବଂ ବହୁତଳ କାର ପାର୍କିଂ ସୁବିଧାର ଉଦ‌ଘାଟନ କରିଛନ୍ତି । ୧୫୭. ୨୧ କୋଟି ଟଙ୍କା ମୂଲ୍ୟରେ ୧୦ ଏକର ଜମିରେ ଏହି ଷ୍ଟାଡିୟମ୍‌ ସମେତ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା ନିର୍ମିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲାବାସୀଙ୍କ ପାଇଁ ଏହି ଷ୍ଟାଡିୟମ‌ ଉତ୍ସର୍ଗୀକୃତ କରିଛନ୍ତି । ଅନ୍ୟପକ୍ଷରେ ସୁନ୍ଦରଗଡ଼ ଜିଲ୍ଲାର ସ୍ବାସ୍ଥ୍ୟ, ଶିକ୍ଷା, ଗମନାଗମନ, ପରିମଳ, କୃଷି ଏବଂ ପର୍ୟ୍ୟଟନ ଇତ୍ୟାଦିର ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପର ଉଦ‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ । ପାନପୋଷଠାରେ ବଜାର ଗୃହ ନିର୍ମାଣ ୫୩.୫୩ କୋଟି ଟଙ୍କାର ପ୍ରକଳ୍ପ ପ୍ରଦାନ କରିବା ସହିତ ୧୧.୭୭ କୋଟି ଟଙ୍କାର ଆସ୍ଥା ଗୃହ, ୫ଗୋଟି ଉଚ୍ଚ କ୍ଷମତା ସମ୍ପନ୍ନ ଉଠା ଜଳ ସେଚନ ପ୍ରକଳ୍ପ ପାଇଁ୨୩୨ କୋଟି ଟଙ୍କା, ଟାଙ୍ଗରପାଲ୍ଲୀ ବ୍ଳକର ଉଜ୍ଜଳପୁର ଠାରେ ୨.୫୫ କୋଟି ଟଙ୍କା ମୂଲ୍ୟର ମାର୍କେଟ ୟାର୍ଡ ଓ ଗୋଦାମ ଗୃହ, ଅନୁସୂଚିତ ଜାତି ଓ ଜନଜାତି / ପଛୁଆ ବର୍ଗଙ୍କ ନିମନ୍ତେ ୧୪ ଗୋଟି ଛାତ୍ରାବାସ ପ୍ରସ୍ତୁତି ପାଇଁ ୩୩.୯୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି | ଏହା ବ୍ୟତୀତ ୨୩୭.୨୦ କୋଟି ଟଙ୍କାର ୬୬ ଗୋଟି ରାସ୍ତା ପ୍ରକଳ୍ପ, ସରଫଗଡ଼ ଠାରେ ୭୫ ଲକ୍ଷ ଟଙ୍କାର ପ୍ରାକୃତିକ ପର୍ୟ୍ୟଟନସ୍ଥଳୀର ଉନ୍ନତିକରଣ, ୨୫.୩୭ କୋଟି ଟଙ୍କାରେ ନିର୍ମିତ ୮୫ ଗୋଟି ବିଦ୍ୟାଳୟ ଗୃହର ଉଦଘାଟନ କରିଥିଲେ । ଏହା ସହିତ ମୁଖ୍ୟମନ୍ତ୍ରୀ ୬୬.୯୩ କୋଟି ଟଙ୍କାର ବ୍ୟାୟରେ ନିର୍ମିତ ହେବାକୁ ଥିବା ୨୩ ଗୋଟି ରାସ୍ତା, କଲଭର୍ଟ ଏବଂ ଗୃହ ନିର୍ମାଣ କାର୍ୟ୍ୟ , ୮.୭୯ କୋଟି ଟଙ୍କାରେ ହେବାକୁ ଥିବା ୨୯ ଗୋଟି ଗୋଷ୍ଠୀ ସଭା ଗୃହ, ୩୫.୨୬ କୋଟି ଟଙ୍କା ମୂଲ୍ୟରେ ହେବାକୁ ଥିବା ୭୩ ଗୋଟି ସ୍ବାସ୍ଥ୍ୟ ସମ୍ପର୍କିତ ପ୍ରକଳ୍ପ, ୧୬.୧୦ କୋଟି ଟଙ୍କାରେ ଲାଇଙ୍ଗ‌ ଠାରେ ହେବାକୁ ଥିବା ପ୍ରାକୃତିକ ପର୍ୟ୍ୟଟନସ୍ଥଳର ଉନ୍ନତିକରଣ କାର୍ୟ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।

Breaking News