Report Card Odisha

| Daily Odia News

୬୬୩ ପଦବୀକୁ ମିଳିଲା ମୁଖ୍ୟମନ୍ତ୍ରୀ ନବୀନଙ୍କ ମଞ୍ଜୁରୀ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି । ଏହି ନୂତନ ପଦବୀ ଗୁଡିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନେଷ୍ଟବଳ-୧୫୪, ଇନିସ୍‌ପେକ୍ଟର (WT)-୧, ସବ୍‌ଇନିସ୍‌ପେକ୍ଟର (WT)-୨, ହାବିଲଦାର (WT)-୪, କନେଷ୍ଟବଳ(WT)-13, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟାଫ ନର୍ସ-୧ । ଏହିପରି ପ୍ରତ୍ୟେକ ବାଟାଲିଅନରେ ୨୨୧ ଜଣ କର୍ମଚାରୀ ଓ ଅଧିକାରୀ ନିୟୋଜିତ ହେବେ। ଏହାସହିତ ପ୍ରତ୍ୟେକ ବାଟାଲିଅନରେ ବିଭିନ୍ନ ସହାୟକ କାର୍ଯ୍ୟ ପାଇଁ ୪୪ଟି ପଦବୀ ସୃଷ୍ଟି କରାଯାଇଛି, ଯାହାକି ଆଉଟ ସୋର୍‌ସିଂ ଜରିଆରେ ପୂରଣ କରାଯିବ। ୩ଟି ବାଟାଲିଅନ ପାଇଁ ୧୩୨ଟି ଆଉଟ ସୋର୍‌ସିଂ ପଦବୀ ସୃଷ୍ଟି କରାଯାଇଛି।

Breaking News