Report Card Odisha

| Daily Odia News

ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିର ଅନାବରଣ କଲେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଆଣ୍ଡୋରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପୁନଃବିକଶିତ ଜନ୍ମପୀଠର ଲୋକର୍ପଣ କରିଛନ୍ତି। ଏହାସହ ଗୋପବନ୍ଧୁଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିର ଅନାବରଣ କରିଛନ୍ତି ମୁଖ୍ୟମନ୍ତ୍ରୀ | ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇ କହିଛନ୍ତି, ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମମାଟିରେ ପାଦ ଦେଇଥିବାରୁ ମୁଁ ନିଜକୁ ଧନ୍ୟ ମନେ କରୁଛି। ମୁଁ ତାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ସେ ଥିଲେ ଯୁଗପୁରୁଷ। ଓଡ଼ିଆ ଜାତି ସର୍ବଦା ଗୋପବନ୍ଧଙ୍କଠାରେ ଋଣୀ। ଐତିହାସିକ ଗ୍ରାମରେ ରୂପାନ୍ତରିତ ହୋଇଛି ସୁଆଣ୍ଡୋ । ଲୋକେ ଏଥିପାଇଁ ସଂପୂର୍ଣ୍ଣ ସହଯୋଗ କରିବାରୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସଶକ୍ତ ଓଡ଼ିଶା ଗଠନ ଦିଗରେ କାମ କରିବାକୁ ପୁଣିଥରେ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ପ୍ରଥମେ ଶିବ ମନ୍ଦିରକୁ ଯାଇ ପୂଜା କରିଥିଲେ ପରେ ଷଠିଘର ବୁଲିଥିଲେ। ଏହାପରେ ଉତ୍କଳମଣି ଗୋପବନ୍ଧୁଙ୍କ ଷଠିଘର, ଗ୍ରାମ୍ୟ ଶିବମନ୍ଦିର,ଗୋପବନ୍ଧୁଙ୍କ ସଂଗ୍ରହାଳୟ, ଶିଶୁ ଉଦ୍ୟାନ ସହିତ ଗୋପବନ୍ଧୁଙ୍କ ୧୫ ଫୁଟ ଉଚ୍ଚତା ବ୍ରୋଞ୍ଜ ପ୍ରତିମୂର୍ତ୍ତିକୁ ଲୋକାର୍ପଣ କରିଥିଲେ।ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ୧୬ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ରହିଥିଲେ। ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷାସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ବିନୀ ପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାଶ, ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ସାଂସଦ ପିନାକୀ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ। ପ୍ରକଳ୍ପ ଲୋକର୍ପଣ କରିବା ଅବସରରେ ସେ ପ୍ରାୟ ଏକ ଘଣ୍ଟା ସୁଆଣ୍ଡୋରେ ରହିଥିଲେ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି ସହ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ଉଲ୍ଲେଖଯୋଗ୍ୟ ଯେ ୨୫ କୋଟି ୮୦ ଲକ୍ଷ ଟଙ୍କାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶଙ୍କ ଜନ୍ମପୀଠ ସୁଆଣ୍ଡୋ ଗାଁ ନୂଆ ରୂପ ପାଇଛି।

Breaking News