ରିପୋର୍ଟ କାର୍ଡ / ବ୍ରହ୍ମହପୁର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଂଜାମ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ଅବସରରେ ହିଞ୍ଜିଳିକାଟୁସ୍ଥିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ସ୍କାର୍ଟ ସ୍କୁଲ ରୂପାନ୍ତରଣର ଅନୁଧ୍ୟାନ କରିଛନ୍ତି । ଏହା ପରେ ନିଜ ନିର୍ବାଚନ କ୍ଷେତ୍ରରେ ସ୍ମାର୍ଟ ସ୍କୁଲ ରୂପାନ୍ତରଣର ଅନୁଧ୍ୟାନ କରିଥିଲେ । କ୍ଲାସରେ ପିଲାମାନଙ୍କ ଗହଣରେ ବସିବା ସହିତ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ। ଏତିକି ବେଳେ ଜଣେ ଛାତ୍ର ମୁଖ୍ୟମନ୍ତ୍ରୀଙ୍କୁ ଏକ ଫଟୋଚିତ୍ର ଉପହାର ଦେଉଥିବା ଦେଖିବାକୁ ମିଳିଥିଲା । ସ୍କୁଲରେ ପ୍ରତିଷ୍ଠା ହୋଇଥିବା ଅତ୍ୟାଧୁନିକ ଲାବୋରେଟୋରୀ ଓ ଲାଇବ୍ରେରୀକୁ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍କୁଲ ଭିଜିଟର୍ସ ବୁକରେ ନିଜର ବାର୍ତା ମଧ୍ୟ ଦେଇଛନ୍ତି । ରାଜ୍ୟ ସରକାରଙ୍କ ୫ଟି ଯୋଜନାରେ ସ୍ୱାସ୍ଥ୍ୟ ସେବା ସହ ଶିକ୍ଷା କ୍ଷେତ୍ରକୁ ଗୁରୁତ୍ୱ ଦେଇ ଆରମ୍ଭ ହୋଇଛି ସରକାରୀ ସ୍କୁଲର ରୂପାନ୍ତରଣ କାର୍ଯ୍ୟକ୍ରମ । ସ୍ମାର୍ଟ ହେଉଛି ରାଜ୍ୟର ବଛାବଛା ସରକାରୀ ସ୍କୁଲ । ଗଞ୍ଜାମ ଜିଲ୍ଲାରେ ମୋଟ୍ ୫୩ଟି ସ୍କୁଲକୁ ସ୍ମାର୍ଟ ସ୍କୁଲରେ ରୂପାନ୍ତରଣ କରାଯାଇଛି ।






More Stories
ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି…..
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..