ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ବଢ଼ି ଚାଲିଥିବା ବେଳେ ଆଗାମୀ କିଛି ସପ୍ତାହ ଆମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ସତର୍କ ରହିବା ପାଇଁ ଲୋକଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଟିକାକରଣକୁ ଜୋରଦାର କରିବା ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସଂଧ୍ୟାରେ ରାଜ୍ୟରେ କୋଭିଡ୍ ପରିସ୍ଥିତିର ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସାରା ଦେଶରେ କୋଭିଡ୍ର ତୃତୀୟ ଲହର ଖୁବ ଜୋରରେ ବ୍ୟାପି ଚାଲିଛି। ଓଡ଼ିଶାରେ ମଧ୍ୟ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି। ତେଣୁ ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ସତର୍କ ରହିବା ପାଇଁ ଜନସାଧାରଣ ଓ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। କୋଭିଡ୍ ନିୟମ ମାନିବାକୁ ଲୋକଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ। ଯଦିଓ ତୃତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ମେଡିକାଲ୍ରେ ବହୁତ କମ୍ ରହିଛନ୍ତି, ତଥାପି ଆମକୁ ଭବିଷ୍ୟତ ପାଇଁ ପ୍ରସ୍ତୁତ ରହିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆହୁରି କହିଛନ୍ତି, ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ସନ୍ତୋଷଜନକ ରହିଛି। ତେବେ ଆଦୌ ଟିକା ନେଇନଥିବା ତଥା ଦ୍ୱିତୀୟ ଡୋଜ୍ ନେଇନଥିବା ଲୋକଙ୍କର ଟିକାକରଣକୁ ଜୋରଦାର କରିବା ଦରକାର। ଏହିସହିତ ବରିଷ୍ଠ ନାଗରିକ ତଥା ସମ୍ମୁଖ ଯୋଦ୍ଧାଙ୍କର ଟିକାକରଣ ଖୁବ୍ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ ଆହୁରି କହିଛନ୍ତି, ପୂର୍ବ ଥର ଭଳି ଏଥର ମଧ୍ୟ ସଚେତନତା କାର୍ଯ୍ୟକ୍ରମ ବ୍ୟାପକ କରାଯିବ। ଏଥିରେ ମିଶନ ଶକ୍ତି ଗ୍ରୁପ୍ମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସେହିପରି କୋଭିଡ୍ ନିୟମର କଡାକଡି ଅନୁପାଳନ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବା ପାଇଁ ରାଜ୍ୟ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଯେହେତୁ ବର୍ତ୍ତମାନର ଲହରରେ ସଂକ୍ରମିତ ଅଧିକାଂଶ ବ୍ୟକ୍ତି ନିଜ ଘରେ ପୃଥକୀକରଣ ରହିଛନ୍ତି, ତେଣୁ ଆମକୁ ତଦାରଖ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପଡିବ। ଏଥିପାଇଁ ରାପିଡ୍ ରେସ୍ପଣ୍ଡ ଟିମ୍ ଓ କ୍ଷେତ୍ରସ୍ତରୀୟ କର୍ମଚାରୀମାନେ ନିଜ ଘରେ ପୃଥକୀକରଣରେ ଥିବା ରୋଗୀମାନଙ୍କ ନିୟମିତ ଯୋଗାଯୋଗରେ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
More Stories
ମହାକୁମ୍ଭରେ ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ…..
ଅମିତ ଶାହଙ୍କ”ଗୁଣ୍ଡାରାଜ”,ଆପ୍ କର୍ମୀମାନଙ୍କୁ ଆକ୍ରମଣ….
ଭୋଟ୍ ଦେଲେ ରାଷ୍ଟ୍ରପତି,୯ ଟା ସୁଦ୍ଧା ୮.୧୦ ପ୍ରତିଶତ ମତଦାନ…..