Report Card Odisha

| Daily Odia News

ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜରେ ବେଲ୍‌ ବଜାଇଲେ ମୁଖ୍ୟମନ୍ତ୍ରୀ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି । BSE ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ସାକ୍ଷାତ କରିବା ସହ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ । ଓପନିଂ ବେଲ୍ ରିଂ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବେଲ୍ ବଜାଇଛନ୍ତି । ତେବେ ଦଲାଲ ଷ୍ଟ୍ରିଟରେ ଥିବା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜକୁ ନବୀନଙ୍କର ଏହା ଥିଲା ପ୍ରଥମ ଗସ୍ତ । ସାଧାରଣତଃ ଷ୍ଟକ୍ ଏକ୍ସଚେଞ୍ଜରେ କୌଣସି କଂପାନୀର ଲିଷ୍ଟିଂ ହେଲେ କିମ୍ବା IPO ଇସ୍ୟୁ ହେଲେ କଂପାନୀର କର୍ମକର୍ତ୍ତା ଓ ପ୍ରମୋଟର ବେଲ ରିଂ କରିଥାନ୍ତି । ଏହାସହ କୌଣସି ବିଶିଷ୍ଟ ବ୍ୟକ୍ତିଙ୍କୁ ବିଏସଇ ବେଲ୍ ବଜାଇ ସ୍ୱାଗତ କରିଥାଏ । ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜରେ ଓଡ଼ିଶାର କୌଣସି ମୁଖ୍ୟମନ୍ତ୍ରୀ ବେଲ୍ ବଜାଇବାରେ ନବୀନ ହେଉଛନ୍ତି ପ୍ରଥମ।

Breaking News