ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେ ୨୭ତାରିଖରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନୀତି ଆୟୋଗ ବୈଠକରେ ଯୋଗ ଦେବେ | ପୂର୍ବରୁ ବି ସେହି ବୈଠକରେ ସେ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରସଙ୍ଗ ଉଠାଇଥିଲେ । ଏଥର ବି ସେହି ଦାବି ଦୋହରାଇବେ ମୁଖ୍ୟମନ୍ତ୍ରୀ। ଏଥିସହ ସ୍ୱତନ୍ତ୍ର ପ୍ୟାକେଜ, ଡିବିଟି ମାଧ୍ୟମରେ ଟଙ୍କା ମିଳୁଥିବାରୁ ସବୁ ପଞ୍ଚାୟତରେ ବ୍ୟାଙ୍କ ଖୋଲିବା ନେଇ ଦାବି ରଖିବେ ନବୀନ। ଟେଲିକମ୍ୟୁନିକେସନ ସୁବିଧା ନେଇ ମଧ୍ୟ ଦାବି ଉଠାଯିବ। ସହରରେ 5G ସମୟରେ ଗାଁରେ 2G କାମ କରୁନି। ଏହାକୁ ଥ୍ରୀଜି କିମ୍ବା ଫୋର-ଜି କରିବାକୁ ନବୀନ ନୀତି ଆୟୋଗ ବୈଠକରେ ଦାବି ଉଠାଇବେ। ରାଜ୍ୟ ସରକାର ଏ ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି କହିଛନ୍ତି ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..