ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ୩ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୁଧବାର ମୁମ୍ବାଇରେ ଆୟୋଜିତ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ରେ ଯୋଗ ଦେବେ । ଏଥିରେ ଦେଶର ବିଶିଷ୍ଟ ଉଦ୍ୟୋଗପତି ସାମିଲ ହେବା କାର୍ଯ୍ୟକ୍ରମ ରହିଛି । କାର୍ଯ୍ୟକ୍ରମ ରେ ମୁଖ୍ୟ ସଚିବ ସୁରେଶ କୁମାର ମହାପାତ୍ର, ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କ ସମେତ ବରିଷ୍ଠ ଅଧିକାରୀ ସାମିଲ ହେବା ନେଇ ସୂଚନା ମିଳୁଛି । ବୁଧବାର ସଂଧ୍ୟାରେ ମୁମ୍ବାଇରେ ରୋଡ ଶୋ କରିବେ ମୁଖ୍ୟମନ୍ତ୍ରୀ । ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ବିଶିଷ୍ଟ ଉଦ୍ୟୋଗପତିଙ୍କୁ ଆହ୍ବାନ କରିବେ ନବୀନ | ରାଜ୍ୟରେ ବ୍ୟାପକ ପୁଞ୍ଜିନିବେଶ ପାଇଁ ସମ୍ମିଳନୀରେ ଶିଳ୍ପପତିମାନଙ୍କ ସହ ରାଜ୍ୟ ସରକାର ବିସ୍ତୃତ ଆଲୋଚନା କରିବେ । ଏଥିସହ ନଭେମ୍ବର ୩୦ରୁ ଡିସେମ୍ବର ୪ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ଆୟୋଜନ ହେବାକୁ ଥିବା ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ ସାମିଲ୍ ହେବାକୁ ନିମନ୍ତ୍ରଣ ଦେବେ। ପରେ ମୁଖ୍ୟମନ୍ତ୍ରୀ ୧୫ତାରିଖ ସକାଳେ ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଓପନିଂ ବେଲ୍ ବଜାଇବାର କାର୍ଯ୍ୟକ୍ରମ ରହିଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..