ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ଼ ବଣ୍ଟନର ଶୁଭାରମ୍ଭ କରିବେ। ସକାଳ ୧୦ଟା ୪୫ରେ କଟକ ଉପର ବାଲିଯାତ୍ରା ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ସ୍ବାସ୍ଥ୍ୟକାର୍ଡ ବଣ୍ଟନ କରିବେ। ଏହାସହିତ କଟକ ଜିଲ୍ଲା ବାସୀଙ୍କ ପାଇଁ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ। ୧୧ ଟା ୪୦ ମିନିଟରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆସ୍ଥିତ ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ପହଞ୍ଚି ସ୍ବାସ୍ଥ୍ୟକାର୍ଡ଼ ବଣ୍ଟନ କରିବେ। ଏହାସହିତ ୯୮୬ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ କରିବେ ବୋଲି ସୂଚନା ମିଳିଛି।






More Stories
ବିଧାନସଭାରେ କୋକେଇ ଶୋଭାଯାତ୍ରା…..
ସ୍ବତନ୍ତ୍ର ଶାସନ ସଚିବ ବୁଝିବେ…..
ପୁଣି SCB ମେଡିକାଲରେ ଅଘଟଣ: ଜଳିଲା….