Report Card Odisha

| Daily Odia News

ଆଜି ନାମାଙ୍କନ ଭରିବେ ନବୀନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଛତ୍ରପୁର ଉପ ଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ଦାଖଲ କରିବେ। ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବାକୁ ଥିବାବେଳେ ଷଷ୍ଠଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢ଼ୁଛନ୍ତି।ସକାଳ ୧୧ଟାରେ ଛତ୍ରପୁର ନିକଟସ୍ଥ ନରସିଂହପୁର ଛକସ୍ଥିତ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇବେ। ସେଠାରୁ କାରରେ ମା’ତାରା ତାରିଣୀଙ୍କ ପୀଠକୁ ଯିବେ। ପୂଜାର୍ଚ୍ଚନା ପରେ ମଧ୍ୟାହ୍ନ ୧୨ଟା୩୫ ମିନିଟ୍ ରେ ଛତ୍ରପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିବେ। ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୋଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

 

Breaking News