ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କରୋନା ଟିକା ପାଇଁ ଆଜି ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିକା ସଂକଟ ଦୂର କରିବା ନେଇ ସମସ୍ତଙ୍କ ସହମତି ଲୋଡ଼ିଛନ୍ତି । ଟିକା ପାଇଁ ପରସ୍ପର ଭିତରେ ନଲଢ଼ି, ଏକାଠି ଲଢ଼ିବାକୁ ଆହ୍ବାନ ଦେଇଛନ୍ତି । ଆମ ଲୋକଙ୍କୁ ସୁରକ୍ଷା ଦେବାର ଏକମାତ୍ର ମାଧ୍ୟମ ହେଉଛି ଟିକା । ତେଣୁ ଯୁଦ୍ଧକାଳୀନ ଭିତ୍ତିରେ ଟିକାକରଣ ନକଲେ କୌଣସି ରାଜ୍ୟ ସୁରକ୍ଷିତ ନୁହେଁ ବୋଲି ନବୀନ ଚିଠିରେ ଲେଖିଛନ୍ତି । କେନ୍ଦ୍ର ନିୟମ କୋହଳ କଲା ପରେ କିଛି ରାଜ୍ୟ ଟେଣ୍ଡର ଡାକିଛନ୍ତି । କିନ୍ତୁ ଟିକା କଂପାନୀମାନେ କେନ୍ଦ୍ର ସରକାରଙ୍କ ଠାରୁ କ୍ଲିୟରାନ୍ସ ଚାହୁଁଛନ୍ତି । ସେମାନେ ସିଧାସଳଖ ରାଜ୍ୟ ସରକାରଙ୍କ ସହ ଚୁକ୍ତି ଚାହୁଁ ନାହାନ୍ତି । ଏଭଳି ସ୍ଥିତିରେ କେନ୍ଦ୍ର ଟିକା ଆଣି ରାଜ୍ୟକୁ ବାଣ୍ଟିବା ଏକମାତ୍ର ବିକଳ୍ପ ବୋଲି ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି । ସମସ୍ତଙ୍କୁ ଟିକାକରଣ ପାଇଁ ନିୟମରେ କୋହଳ ଲାଗି ରାଜ୍ୟକୁ ଅନୁମତି ଦେବାକୁ ନବୀନ ପ୍ରସ୍ତାବ ରଖିଛନ୍ତି ।
More Stories
କଟକରେ ମହିଳାଙ୍କୁ ଗଳାକାଟି ହତ୍ୟା…..
୧୯ରୁ ରାଜ୍ୟରେ ବର୍ଷା ସମ୍ଭାବନା…..
ବିୟୋଗ-ହରଣ ଜାଣିନାହାନ୍ତି ଅଷ୍ଟମ ଶ୍ରେଣୀ ପିଲା…..