ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡି ଯାଇଛି । ତାଙ୍କୁ ପାଟନା ସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶନିବାର ସକାଳୁ ସେ ତାଙ୍କ ବାମ ହାତରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ତାଙ୍କୁ ହସ୍ପିଟାଲକୁ ନିଆଯାଇଛି। ଅର୍ଥୋପେଡିକ୍ ବିଭାଗରେ ତାଙ୍କ ଚିକିତ୍ସା ଚାଲିଛି। ସୂଚନା ମୁତାବକ, ଆଜି ସକାଳୁ ଜେଡିୟୁ ସୁପ୍ରିମୋ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବିଛଣାରୁ ଉଠିବା ପରେ ନିଜ ବାମ ହାତରେ ଅସହ୍ୟ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ତାଙ୍କୁ ମେଦାନ୍ତ ହସ୍ପିଟାଲକୁ ନିଆଯାଇଥିବା ସୂଚନା ମିଳିଛି। ସେଠାରେ ଡାକ୍ତରଙ୍କ ଏକ ଟିମ୍ ତାଙ୍କର ଚିକିତ୍ସା ଜାରି ରଖିଛନ୍ତି। ନୀତୀଶ କୁମାରଙ୍କୁ ଆରାମ କରିବାକୁ ସମୟ ମିଳିନଥିଲା। ଏଥିଲାଗି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯାଇଥିବା କୁହାଯାଉଛି।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..