ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପୁଣି ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ, ଏସ୍ଆର୍ସି, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବଙ୍କ ସହ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ତୃତୀୟ ଲହରୀର ମୁକାବିଲା ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଖବର ଅନୁଯାୟୀ, ରାଜ୍ୟରେ ଏବେ କରୋନା ସଂକ୍ରମଣ ଗ୍ରାଫ୍ ବଢିବାରେ ଲାଗିଛି । ଯାହାକୁ ନେଇ ଆକ୍ସନ ମୋଡ଼କୁ ଆସିଛନ୍ତି ରାଜ୍ୟ ସରକାର । କରୋନା ସଂକ୍ରମଣର ଚେନ୍ ଭାଙ୍ଗିବା ପାଇଁ କିଛି କଟକଣା ଲଗାଯାଇଛି । ଗହଳି ସ୍ଥାନ ଠାରୁ ଦୂରେଇ ରହିବା, ଆବଶ୍ୟକ ନଥିଲେ ବାହାରକୁ ଯିବାନାହିଁ । ନିୟମିତ ଭାବେ ମାସ୍କ ଓ ସାନିଟାଇଜର ବ୍ୟବହାର କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିବେଦନ କରାଯାଇଥିଲା । ତେବେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ମଙ୍ଗଳବାର ପୁଣି ଥରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ସୋମବାର କୋଭିଡ଼ ସ୍ଥିତିର ସମୀକ୍ଷା କରି ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ଉପରେ ଫୋକସ୍ ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ଏହା ପୂର୍ବରୁ କରୋନା ସ୍ଥିତିର ସମୀକ୍ଷା କରି ଆଗାମୀ ୧୦ ଦିନ ମଧ୍ୟରେ ସମସ୍ତ କୋଭିଡ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..