Report Card Odisha

| Daily Odia News

ଆଜି ରାଜ୍ୟର କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ସୋମବାର ଅପରାହ୍ନ ସାଢେ ୫ଟାରେ ରାଜ୍ୟର କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବୈଠକରେ ସ୍ୱାସ୍ଥ୍ୟ ବିଭାଗର ଏସିଏସ୍ ଆରେ, କେ ଶର୍ମାଙ୍କ ସହ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ । ଖବର ଅନୁଯାୟୀ, ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୫ହଜାର ମୁହାଁ ହୋଇଛି । ଯାହାକୁ ନେଇ ଆକ୍ସନକୁ ଆସିଛନ୍ତି ସରକାର । ପୂର୍ବରୁ ରାଜ୍ୟରେ କୋଭିଡ଼ ସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ସୋମବାର ଦିନ ରାଜ୍ୟରେ କୋଭିଡ଼ ସ୍ଥିତି ସଂପର୍କରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ବିଭାଗର ଏସିଏସ୍‌ ଆରେ, କେ ଶର୍ମାଙ୍କ ସହ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ । ସୂଚନାଯୋଗ୍ୟ ଯେ, ରାଜ୍ୟରେ କରୋନା ଗ୍ରାଫ୍‌ ବୃଦ୍ଧିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପୂର୍ବ ସମୀକ୍ଷା ବୈଠକରେ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଥିଲେ । ଏପରିକି ୧୦ ଦିନ ମଧ୍ୟରେ ସମସ୍ତ କୋଭିଡ଼ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ ।

Breaking News