Report Card Odisha

| Daily Odia News

ଆଜି ପଦ୍ମପୁର ଯିବେ ମୁଖ୍ୟମନ୍ତ୍ରୀ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ପ୍ରତିଶ୍ରୁତି ରଖିବାକୁ ପଦ୍ମପୁର ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଉପନିର୍ବାଚନରେ ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ୍ମପୁର ନିର୍ବାଚନମଣ୍ଡଳୀକୁ ଶୀଘ୍ର ଆସିବେ ବୋଲି କହିଥିଲେ | ପଦ୍ମପୁର, ଝାରବନ୍ଧ ଏବଂ ପାଇକମାଳ ଗସ୍ତରେ ଆସୁଛନ୍ତି। ସବୁଠି ଜନସଭାକୁ ସମ୍ବୋଧିତ କରି ଧନ୍ୟବାଦ ଜଣାଇବେ। ଦିନ ୧୧ଟା ବେଳେ ମୁଖ୍ୟମନ୍ତ୍ରୀ ସତୀଭଟା ଏୟାର୍‌ଷ୍ଟ୍ରିପ୍‌ରେ ଅବତରଣ କରିବେ। ସେଠାରୁ ହେଲିକପ୍ଟରରେ ବାହାରି ଝାରବନ୍ଧ ଶକ୍ତିଛକ ହେଲିପେଡ୍‌ରେ ଓହ୍ଲାଇବେ। ପରେ ହେଲିକପ୍ଟରରେ ବାହାରି ୧୨.୩୦ରେ ପାଇକମାଳଠାରେ ପହଂଚିବେ। ସେଠାରୁ ସଭା ସାରି ପୁଣି ହେଲିକପ୍ଟରରେ ପଦ୍ମପୁର ଆର୍‌ଏଲ୍‌ କଲ୍ୟାଣ ମଣ୍ଡପସ୍ଥିତ ହେଲିପ୍ୟାଡ୍‌ରେ ଅବତରଣ କରିବେ। ମଧ୍ୟାହ୍ନଭୋଜନ ପରେ ଅପରାହ୍‌ଣ ୩.୪୫ରେ ସେ ହାଇସ୍କୁଲ ପଡ଼ିଆରେ ପହଂଚିବେ। ସେଠାରେ କାର୍ଯ୍ୟକ୍ରମ ସାରି ସତୀଭଟା ଏୟାରଷ୍ଟ୍ରିପ୍‌ରୁ ପୁଣି ଭୁବନେଶ୍ବର ଅଭିମୁଖେ ଯାତ୍ରା କରିବେ।

Breaking News