ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍କଳ ଦିବସ ଅବସରରେ ଆଜି ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି | ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ,’ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ସମ୍ମାନ ଜଣାଉଛି। ଆସନ୍ତୁ ଓଡ଼ିଆ ଜାତିର ଅସ୍ମିତା ଓ ସ୍ଵାଭିମାନକୁ ବଜାୟ ରଖି ଏକ ନୂଆ ଓଡ଼ିଶା, ଉଚ୍ଚାକାଂକ୍ଷୀ ଓଡ଼ିଶା ଗଠନ ଦିଗରେ ସଙ୍କଳ୍ପବଦ୍ଧ ହୋଇ ଆଗକୁ ବଢିବା’। ରାଜ୍ୟପାଳ ପ୍ରଫେସର ଗଣେସି ଲାଲ ମଧ୍ୟ ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି | ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟ କରିବାକୁ ସମସ୍ତଙ୍କୁ ସଂକଳ୍ପବଦ୍ଧ ହେବାକୁ ଆହ୍ବାନ ଦେଇଛନ୍ତି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..