ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଛି | ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତ ପରୀକ୍ଷାର୍ଥୀଙ୍କ ସଫଳ ଓ ଉଜ୍ବଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଚାପମୁକ୍ତ ହୋଇ ସକରାତ୍ମକ ମନୋଭାବର ସହ ପରୀକ୍ଷା ଦେବା ପାଇଁ ପରାମର୍ଶ ସହ ଦୃଢ଼ ଆତ୍ମବିଶ୍ବାସର ସହ ପରୀକ୍ଷା ଦେଇ ଉତ୍ତମ ପ୍ରଦର୍ଶନ କରିବା ପାଇଁ ଉପଦେଶ ଦେଲେ । ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଆଜିଠୁ ଆରମ୍ଭ ହୋଇଛି । ପରୀକ୍ଷା ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ । ସାରା ରାଜ୍ୟରେ ମୋଟ ୫,୧୨,୪୩୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..