Report Card Odisha

| Daily Odia News

୨, ୯ ଏବଂ ୧୬ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତା ସେପ୍ଟେମ୍ବର ୨, ୯ ଏବଂ ୧୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ସଂପ୍ରତି ସପ୍ତଦଶ ଓଡ଼ିଶା ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ସେପ୍ଟେମ୍ବର ୨ ତାରିଖ ଏବଂ ସେପ୍ଟେମ୍ବର ୯ ତାରିଖରେ ନୂଆଖାଇ ପରିପ୍ରେକ୍ଷୀରେ ସ୍ଵତନ୍ତ୍ର ସରକାରୀ ଛୁଟି ଓ ସେପ୍ଟେମ୍ବର ୧୬ ତାରିଖରେ ମହାପୁରୁଷ ମହମ୍ମଦଙ୍କ ଜୟନ୍ତୀ ଉପଲକ୍ଷେ ସରକାରୀ ଛୁଟି ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ତରଫରୁ କୁହାଯାଇଛି।

Breaking News