Report Card Odisha

| Daily Odia News

କୃଷକ ସାଥିଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ରାଶି ବୃଦ୍ଧି ……

ରିପୋର୍ଟ କାର୍ଡ / ଭୁବନେଶ୍ୱର 

ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ହୋଇଛି | ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ବାରା ରାଜ୍ୟର ୧୩,୬୦୦ କୃଷକ ସାଥି ଉପକୃତ ହେବେ। ଏହି ବର୍ଦ୍ଧିତ ପରିମାଣ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ । ସୂଚନାଯୋଗ୍ୟ ଯେ କୃଷି ପ୍ରସାରଣ କାର୍ଯ୍ୟରେ ସହାୟତା ପାଇଁ ରାଜ୍ୟ ସରକାର ୨୦୦୭-୨୦୦୮ ମସିହାରେ ରାଜ୍ୟର ଅଗ୍ରଣୀ ଚାଷୀ ମାନଙ୍କୁ କୃଷକ ସାଥି ଭାବେ ନିଯୁକ୍ତି ଦେଇଥିଲେ । ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଦୁଇ ଜଣ ଲେଖାଏ କୃଷକ ସାଥି କାମ କରୁଛନ୍ତି । କୃଷକ ସାଥିମାନେ କୃଷି କାର୍ଯ୍ୟ ସଂପର୍କିତ ବିଭିନ୍ନ ବିଷୟରେ ଚାଷୀ ମାନଙ୍କୁ ସଚେତନ କରିବା ସହିତ ଆବଶ୍ୟକ ପରାମର୍ଶ ମଧ୍ୟ ଦେଇଥାନ୍ତି।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସୂଚନା ଅନୁସାରେ, ମଧ୍ୟାହ୍ନଭୋଜନ ଯୋଜନାରେ ସ୍କୁଲରେ ନିୟୋଜିତ ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ ରାଶି ବୃଦ୍ଧି କରାଯାଇଛି । ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ ପରିମାଣ ୧୪୦୦ଟଙ୍କାରୁ ୨ହଜାର ଟଙ୍କାକୁ ବୃଦ୍ଧି ହୋଇଛି । ସେହିପରି ଯଦି କୌଣସି ପାଚିକା ଓ ସହାୟିକାଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁ ହୁଏ ସେମାନଙ୍କ ପରିବାର ସଦସ୍ୟଙ୍କୁ ୧ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ସରକାର ଯୋଗାଇ ଦେବେ । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ପ୍ରାୟ ମୋଟ ୫୫ହଜାର ସ୍କୁଲରେ କାର୍ଯ୍ୟରତ ୧.୧୦ଲକ୍ଷ ପାଚିକା ଓ ସହାୟିକାମାନେ ଉପକୃତ ହେବେ ।

Breaking News