ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସବୁ କ୍ଷେତ୍ରରେ ଓଡିଶା ଲେଖୁଛି ଏକ ଗରିମାମୟ ଇତିହାସ। ପ୍ରତିଟି ଓଡିଆଙ୍କ ପ୍ରତିବଦ୍ଧତାରେ ଓଡିଶା ସମୃଦ୍ଧ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏକ୍ସରେ ଲେଖିଛନ୍ତି ସବୁ କ୍ଷେତ୍ରରେ ଓଡ଼ିଶା ଲେଖୁଛି ଏକ ଗରିମାମୟ ଇତିହାସ। ପ୍ରତିଟି ଓଡ଼ିଆଙ୍କ ପ୍ରତିବଦ୍ଧତାରେ ଓଡ଼ିଶା ହୋଇଛି ସମୃଦ୍ଧ। ରୂପାନ୍ତରଣର ଏ ଯୁଗ ସହ ତାଳ ଦେଇ ‘ବିକଶିତ ଓଡ଼ିଶା’ ଗଠନ କରିବା ହେଉଛି ଓଡ଼ିଆର ସଙ୍କଳ୍ପ। ଏହି ‘ଓଡ଼ିଶା ଦିବସ’ରେ ଆସନ୍ତୁ ଆମ ଅସ୍ମିତା ଓ ସ୍ୱାଭିମାନକୁ ଆହୁରି ବଳିଷ୍ଠ କରି ‘ବିକଶିତ ଓଡ଼ିଶା’ ଗଢ଼ିବା ଦିଗରେ ଆଗକୁ ବଢ଼ିବା।






More Stories
ଅଥର୍ବ ବେଦରେ ଲୋକଙ୍କ ହିତ ପାଇଁ ମନ୍ତ୍ର ଚିକିତ୍ସା ଆଲୋଚନା…..
ପ୍ଲାଟିନମ୍ ଉପାଦାନ ଉତ୍ତୋଳନ ସଫଳ…..
ରୁପା ଆମଦାନୀ ଉପରେ କଟକଣା……