Report Card Odisha

| Daily Odia News

ଡଙ୍ଗା ବୁଡ଼ି ଘଟଣା: ମୃତକଙ୍କ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ……

ରିପୋର୍ଟ କାର୍ଡ / ହୀରାକୁଦ

ମହାନଦୀରେ ଡଙ୍ଗା ବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହିତ ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଉଦ୍ଧାର କାର୍ଯ୍ୟ ପାଇଁ ୫ ଜଣ ସ୍କୁବା ଡ୍ରାଇଭର ଓ ୨ଟି ସର୍ଚ୍ଚ କ୍ୟାମେରା ବିମାନ ମାଧ୍ୟମରେ ପଠାଯାଇଛି। ସୂଚନା ଅନୁସାରେ ସୀମାନ୍ତ ଛତିଶଗଡ଼ର କୋରବା ଜିଲ୍ଲା ଟପରା ଗାଁର ୬୦ ଜଣ ଲୋକ ବରଗଡ଼ ଜିଲ୍ଲା ବାଞ୍ଜିପାଲିସ୍ଥିତ ପଥରସେଣୀ ମନ୍ଦିରକୁ ଯାଇଥିଲେ। ସେଠାରେ ସମୋନେ ପୂର୍ବ ମାନସିକ ଅନୁଯାୟୀ ମନ୍ଦିରରେ ବୋଦା ବଳି ମଧ୍ୟ ଦେଇଥିଲେ। ସେଠାରୁ ଫେରିବା ବେଳେ ଶରଧା ଘାଟରୁ ପ୍ରାୟ ୧କିମି ଦୂରରେ ଡଙ୍ଗାଟି ଓଲଟି ପଡ଼ିଥିଲା।

Breaking News