ରିପୋର୍ଟ କାର୍ଡ / ଭୁବନେଶ୍ବର
ମଙ୍ଗଳବାର ଅନୁଷ୍ଠିତ ଜିଲ୍ଲାପାଳଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜିଲ୍ଲାପାଳମାନଙ୍କୁ ୯ଟି ଟାସ୍କ ଦେଇଛନ୍ତି।ଦୁର୍ନୀତି ହଟାଇ ସଚ୍ଚୋଟ ଏବଂ ସାଧୁତା ପାଇଁ ଜିଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ନୀତିରେ ସରକାର ବଦନାମ ହେଲେ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଏପରିକି ଜିଲ୍ଲାପାଳମାନଙ୍କୁ ଅଧିକ କ୍ଷେତ୍ର ପରିଦର୍ଶନ କରି ଟେକ୍ନୋଲୋଜିର ବ୍ୟବହାରକୁ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି। ଅଧିକାରୀଙ୍କୁ ଜିଲ୍ଲାସ୍ତରରେ ଲୋକଙ୍କ ଅଭିଯୋଗ ଶୁଣି ତୁରନ୍ତ ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ସରକାରୀ ବିଜ୍ଞାପନ ଓଡ଼ିଆ ଭାଷାରେ ପ୍ରକାଶ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସୋସିଆଲ ମିଡିଆ ଜରିଆରେ ସରକାରୀ ସୂଚନାକୁ ବ୍ୟାପକ କରିବାକୁ ସମ୍ମିଳନୀରେ କୁହାଯାଇଛି। ଅନ୍ୟପକ୍ଷେ ଗାଦି ମଡ଼ା ବାବୁଙ୍କୁ ଚିହ୍ନଟ କରି ତୁରନ୍ତ ବଦଳାଇବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ କହିଛନ୍ତି।






More Stories
କେଜିରୁ ପିଜି ଯାଏଁ ସମସ୍ତ ଛାତ୍ରଛାତ୍ରୀଙ୍କୁ ମାଗଣା ଶିକ୍ଷା!…..
ସହରାଞ୍ଚଳକୁ ମନ୍ତ୍ରୀଙ୍କ ହାଇ ଆଲର୍ଟ…..
ଅକ୍ଟୋବର ସୁଦ୍ଧା ଏସଆଇ ପରୀକ୍ଷା…..