ରିପୋର୍ଟ କାର୍ଡ / ଭୁବନେଶ୍ୱର
ପିପିଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ପିପିଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନନେତା ଭାବେ ଲୋକଙ୍କ ଉନ୍ନତି ତଥା କଲ୍ୟାଣ ପାଇଁ ତାଙ୍କର ସମର୍ପିତ ଉଦ୍ୟମ ସର୍ବଦା ସ୍ମରଣୀୟ। ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।






More Stories
ଗୁଜବ ସୃଷ୍ଟିକାରୀଙ୍କ ଉପରେ ହେବ ଆକ୍ସନ୍…..
ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ…..
କାଳବୈଶାଖୀ କୁ ନେଇ ସତର୍କ ସୂଚନା ଜାରି…..