ରିପୋର୍ଟ କାର୍ଡ / ଭୁବନେଶ୍ବର
ଦୁର୍ନୀତି ବିରୋଧରେ ଲଢିବା ପାଇଁ ଓଡିଶାବାସୀଙ୍କୁ ଆହ୍ୱାନ ଦେବା ସହ ଦୁର୍ନୀତି ବିରୋଧରେ ଜିରୋ ଟଲରାନ୍ସ ନୀତି ଗ୍ରହଣ କରାଯାଇଛି। ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୩ ପାଳନ ପାଇଁ ଆଜି ଲୋକସେବା ଭବନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅବସରରେ ନିଜ ଉଦବୋଧନରେ ଆହୁରି ମଧ୍ୟ କହିଛନ୍ତି, କିଛି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ରାଜ୍ୟ ସରକାର ଚାକିରିରୁ ବିଦା କରିଛନ୍ତି। ଦୁର୍ନୀତି ପାଇଁ କିଛି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ମୋ ସରକାର ଜରିଆରେ ଲୋକଙ୍କୁ ସଶକ୍ତ କରିବା ଆମର ଲକ୍ଷ୍ୟ। ସାରା ଦେଶରେ ଓଡିଶା ଭିଜିଲାନ୍ସ ୧ ନମ୍ବର ସ୍ଥାନରେ ରହିଛି। ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୩ ପାଳନ ପାଇଁ ଆଜି ଲୋକସେବା ଭବନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହିବା ସହ ଉଦ୍ବୋଧନ ଦେଇଥିଲେ। ଏହାସହ ରାଉରକେଲା ଓ ବାଲେଶ୍ୱରର ଭିଜିଲାନ୍ସ ଅଫିସ୍ ଲୋକାର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଭିଜିଲାନ୍ସର ଅନେକ ଅଧିକାରୀ ସହ ବହୁ ବିଶିଷ୍ଟ ବ୍ୟକ୍ତି ମଧ୍ୟ ଉପସ୍ଥିତ ରହିଥିଲେ। କଟକ ଭିଜିଲାନ୍ସ ଡିଭିଜନକୁ ଶ୍ରେଷ୍ଠ ଡିଭିଜନ ଭାବେ ସମ୍ମାନିତ କରାଯାଇଛି।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..