Report Card Odisha

| Daily Odia News

ଘଟଗାଁ ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଘଟଗାଁ ବାଲିଯୋଡି ନିକଟ ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ସହ ୧୨ ଆହତ ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଗଭୀର ଶୋକ ପ୍ରକାଶ କରିଛନ୍ତି। ୧ ଡିସେମ୍ବର ୨୦୨୩ ଘଟଗାଁ ନିକଟରେ ସଡକ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ଆହତ ୧୨ ଜଣଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।ମୃତାହତ ସମସ୍ତ ବ୍ୟକ୍ତି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଂଚଳର ବୋଲି ଜଣାପଡିଛି।

Breaking News