ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ହୋଇଛି । ରାଣୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଭାବେ ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବଡ଼ ଯୋଗଦାନ ରହିଛି। ଖଲ୍ଲିକୋଟ ଓ କବିସୂର୍ୟ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୦ଥର ବିଧାୟିକା ଭାବେ ପ୍ରତିନିଧିତ୍ୱ କରି ଜନସେବାରେ ସେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ି ଯାଇଛନ୍ତି। ଏହା ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।






More Stories
୨୮ ଯାଏଁ ଝଡ଼ବର୍ଷା…..
ଜଳିଗଲା ବସ୍….
ବଦଳିଲେ ଏସ୍ସିବି ଡିନ୍ ଓ ଅଧୀକ୍ଷକ…..