ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗଂଜାମ ଦିଗପହଣ୍ଡି ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକ ସନ୍ତପ୍ତ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଅନ୍ୟପକ୍ଷରେ ଦିଗପହଣ୍ଡି ଦୁର୍ଘଟଣାର ମୃତକଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ରାଶି ଘୋଷଣା କରାଯାଇଛି । ପ୍ରତି ମୃତକଙ୍କ ସଂପର୍କୀୟଙ୍କୁ ୩ ଲକ୍ଷ ଲେଖାଏଁ ସହାୟତା ପ୍ରଦାନ ନେଇ ଘୋଷଣା କରାଯାଇଛି । ସମସ୍ତ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ ଓ ଗଞ୍ଜାମ ଡିପିସିସି ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡା ତୁରନ୍ତ ଘଟଣାସ୍ଥଳକୁ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
Discussion about this post