ରିପୋର୍ଟ କାର୍ଡ / ଭୁବନେଶ୍ୱର
ନକ୍ସଲ ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ସିଆରପିଏଫ ଯବାନ ସୁଶାନ୍ତ ଖୁଣ୍ଟିଆ ଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହି ଖବର ବିଷୟରେ ଜାଣି ସେ ବହୁତ ଦୁଃଖିତ ବୋଲି ଟ୍ବିଟ ବାର୍ତ୍ତାରେ କହିଛନ୍ତି । ମାଟି ମା’ର ସେବାରେ ସୁଶାନ୍ତଙ୍କ ବଳିଦାନ ସର୍ବଦା ସ୍ମରଣୀୟ ରହିବ । ବୀର ଯବାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି। ଆଜି ସୁଶାନ୍ତଙ୍କ ଜନ୍ମସ୍ଥାନକୁ ତାଙ୍କ ପାର୍ଥିବ ଶରୀର ଆସିବ ଓ ସେଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣାପଡିଛି । ବୈତରଣୀ ରାଜଘାଟ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି।






More Stories
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..